ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ସରଣ୍ଡା ଜଙ୍ଗଲରେ ଆଇଇଡି ବିସ୍ଫୋରଣ, ସିଆରପିଏଫ୍ ଯବାନ ଗୁରୁତର

Published By : Anindita Ratha | June 14, 2025 9:06 AM

ରାଉରକେଲା,୧୪/୬: ଓଡ଼ିଶା -ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରେ ଆଇଇଡି ବିସ୍ଫୋରଣ। ଏଥିରେ ଗୁରୁତର ହୋଇଛନ୍ତି ଜଣେ ସିଆରପିଏଫ୍ ଯବାନ  । ତାଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ଅଣାଯାଇଛି ରାଉରକେଲା।

ସୂଚନା ମୁତାବକ, ଯବାନମାନେ କମ୍ବିଂ ଅପରେସନ ଚଳାଇଥିବା ବେଳେ ଶନିବାର ଭୋର ସମୟରେ ମାଓବାଦୀଙ୍କ ପକ୍ଷରୁ ଆଇଇଡି ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣରେ ସିଆରପିଏଫର ଜଣେ ଯବାନ ଗୁରୁତର ହୋଇଥିବା ବେଳେ ତାଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ରାଉରକେଲା ଅଣାଯାଇଛି। ଗତ ମାସ ୨୭ ତାରିଖରେ କେ. ବରାଙ୍ଗ ଥାନା ଅନ୍ତର୍ଗତ ବାଙ୍କୋ ପଥର ଖାଦାନରୁ ମାଓବାଦୀମାନେ ୫ ଟନ ବିସ୍ଫୋରକ ଲୁଟି ନେଇଥିଲେ। ଏହାପରେ ଉଭୟ ରାଜ୍ୟର ପୁଲିସ୍ ଏବଂ ସୁରକ୍ଷବାହିନୀ ସରଣ୍ଡା ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି। ଶୁକ୍ରବାର ରାତିରୁ ସରଣ୍ଡା ଜଙ୍ଗଲର ବାଙ୍କୋ ଓ ଏହାର ଆଖପାଖ ଜଙ୍ଗଲରେ ସିଆରପିଏଫ, କୋବ୍ରା, ଏସଓଜି, ଡିଭିଏଫ, ଜାଗୁଆର ବାହିନୀର ଯବାନମାନେ ଅପରେସନ ଚଳାଇ ଥିଲେ । ଶନିବାର ଭୋର ସମୟରେ ମାଓବାଦୀମାନେ ଯବାନଙ୍କୁ ଟାର୍ଗେଟ କରି ଆଇଇଡି ବିସ୍ଫୋରଣ କରିଛନ୍ତି । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ କମ୍ବିଂ ଅପରେସନକୁ ଜୋରଦାର କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.