ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଚଳନ୍ତା କାରରେ ଲାଗିଲା ନିଆଁ; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

Published By : Bijay Swain | June 10, 2025 9:02 PM

ଡାବୁଗାଁ, ୧୦/୬: ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ଡାବୁଗାଁ-ଉମରକୋଟ ରାଜ୍ୟ ରାଜପଥ-୩୯ ଉପରେ ଡାବୁଗାଁ ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଏକ ଚଳନ୍ତା କାରରେ ନିଆଁ ଲାଗିଯାଇଥିଲା । ତେବେ କାର ଚଲାଉଥିବା ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି । 

ସୁଚନା ଯୋଗ୍ୟ କଳାହାଣ୍ଡି ଜିଲା ଭବାନୀପାଟଣାର ବଡପଡ଼ା ଗ୍ରାମର ବିନୋଦଙ୍କ ଜ୍ଵାଇଁ ଶିବ ସୁନା ବିନୋଦଙ୍କ କାର ଯୋଗେ କୌଣସି କାମରେ ରାଇଘର ଯାଇ ନବରଙ୍ଗପୁର ଫେରୁଥିବା ସମୟରେ ଡାବୁଗାଁ ସ୍ଥିତ ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଏକ ଅଜଣା ଗାଡିକୁ ପଛପଟୁ ଧକ୍କା ଦେଇଥିଲେ। ଫଳରେ କାରରେ ନିଆଁ ଲାଗିଯାଇଥିଲା । 

ନିଆଁ ଲାଗିବା ଦେଖି କାର ଚଳାଉଥିବା ଶିବ କାରରୁ ବହାରି ଆସିଥିଲେ । ପରେ ଡାବୁଗାଁ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ । ଘଟଣାସ୍ଥଳରେ ପୋଲିସ ଯାଇ ତଦନ୍ତ କରିଥିବା ଜଣାପଡିଛି l  ସନ୍ଧ୍ୟା ପର୍ଯ୍ୟନ୍ତ ଥାନାରେ ଏନେଇ କୌଣସି ଏତଲା ଦିଆଯାଇନାହିଁ |

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.