ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ସଡକ ଦୁର୍ଘଟଣାରେ ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର...

Published By : Ladu Kishor | June 13, 2025 9:37 PM

ଭଞ୍ଜନଗର ୧୩/୬ : ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ଥାନା ଠାରୁ ମାତ୍ର ୧୦ କିମି ଦୂର ପଞ୍ଚଭୂତି ନିକଟ ରାଜ୍ୟ ରାଜପଥ ନମ୍ବର ୨୧ରେ ଏକ ସଡକ ଦୁର୍ଘଟଣା ହୋଇଛି। ଏଥିରେ ସ୍କୁଟି ଚାଳକ ଗୁରୁତର ଆହତ ହୋଇଥିବା ବେଳେ ପଛରେ ବସିଥିବା ପତ୍ନୀଙ୍କ ମୃତ୍ୟୁ ଘଟିଛି। 

ମିଳିଥିବା ସୁଚନା ପ୍ରକାରେ କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅଧୀନ ସୁଗଡ଼ବାଡି ଗ୍ରାମର ଦମ୍ପତି ଇନ୍ଦିରା ସାହୁ ଓ ତାଙ୍କ ସ୍ୱାମୀ ରଂଜିତ ସାହୁ ନିଜର ସ୍କୁଟି (ନମ୍ବର -ଓଡି ୦୭ ଏଚ୍ ୪୬୯୫) ଯୋଗେ ନୟାଗଡ ଠାରୁ ନିଜ ଗାଁ ଅଭିମୁଖେ ଫେରୁଥିବା ବେଳେ ସ୍କୁଟିଟି ଭାରସାମ୍ୟ ହରାଇ ପଞ୍ଚଭୂତି ନିକଟରେ ଓଲଟି ପଡିବାରୁ ଉଭୟେ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଦମକଳ ବାହିନୀ ଉଦ୍ଧାର କରି ଜଗନ୍ନାଥ ପ୍ରସାଦ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ ସୁଦ୍ଧା ଡାକ୍ତର ଇନ୍ଦିରା ସାହୁଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ଆହତ ରଂଜିତଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଡାକ୍ତରଙ୍କ ପରାମର୍ଶ କ୍ରମେ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଖବର ଶେଷ ସୁଦ୍ଧା ମୃତକଙ୍କ ଭଉଣୀଙ୍କ ଅଭିଯୋଗ କ୍ରମେ ଜଗନ୍ନାଥ ପ୍ରସାଦ ଥାନା ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅନୁସନ୍ଧାନ ଚଳାଇଥିବା ଥାନାଧିକାରୀ ପ୍ରମୋଦ କୁମାର ଲେଙ୍କା ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.