ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ସଚେତନତା ଧର୍ମୀ ବିକାଶ ବାହନ ପରିକ୍ରମଣ ଶୁଭାରମ୍ଭ

Published By : Harapriya Sethi | June 12, 2025 2:13 PM

ଢେଙ୍କାନାଳ,୧୨/୦୬: ରାଜ୍ୟ ସରକାର ଗଠନର ବର୍ଷପୂର୍ତ୍ତି ଉପଲକ୍ଷେ ସରକାରୀ ଯୋଜନାର କାର୍ଯ୍ୟକାରିତା ଓ ଏଥିରେ ହିତାଧିକାରୀମାନଙ୍କ ସହଯୋଗ ଏବଂ ଭାଗିଦାରୀ ପାଇଁ ପଞ୍ଚାୟତିରାଜ ଓ ପାନୀୟ ଜଳବିଭାଗ ପକ୍ଷରୁ ସାରା ରାଜ୍ୟରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ସଂପର୍କୀତ ବିକାଶ ବାହନ ପରିକ୍ରମଣର ଶୁଭାରମ୍ଭ ହୋଇଛି । ଏହି ଅବସରରେ ଗୁରୁବାର ପୂର୍ବାହ୍ଣରେ ଜିଲ୍ଲା କାର୍ଯ୍ୟାଳୟଠାରେ ପୂଜାର୍ଚ୍ଚନା ପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବିକାଶ ବାହାନଗୁଡ଼ିକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।

ଏହି ଉତ୍ସବରେ ପୌର ପରିଷଦର ଅଧ୍ୟକ୍ଷା ଜୟନ୍ତୀ ପାତ୍ର, ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ, ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ସେଠୀ, ଜିଲ୍ଲା ପରିଷଦର ମୁଖ୍ୟ  ଉନ୍ନୟନ ଅଧିକାରୀ ଦିପ୍ତି ରଞ୍ଜନ ସେଠୀ ଉପସ୍ଥିତ ଥିଲେ । କର୍ମ ଯୋଗାଣ, ଜଳସେଚନ, ଗୃହ ନିର୍ମାଣ, ଶିକ୍ଷା ଓ ସ୍ୱାସ୍ଥ୍ୟ, ନାରୀ ସଶକ୍ତିକରଣ, ଯୁବଶକ୍ତି ଉତ୍ଥାନ, ସାମାଜିକ ପ୍ରତିବଦ୍ଧତା, ଅନ୍ନ ଯୋଜନା ଆଦିରେ ଥିବା ସୁବିଧା ସୁଯୋଗକୁ ହିତାଧିକାରୀମାନେ ଉପଲବ୍ଧ ହେବା ପାଇଁ ଏହି ୪ ଟି ବିକାଶ ବାହାନ ଜିଲ୍ଲାର ସମସ୍ତ ବ୍ଲକ୍ ଏବଂ ପୌରାଞ୍ଚଳରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଜନସାଧାରଣଙ୍କୁ ସଚେତନ କରାଇବ। ଫଳରେ ଅଧିକରୁ ଅଧିକ ହିତାଧିକାରୀ ବିଭିନ୍ନ ଯୋଜନାରେ ସାମିଲ ହୋଇ ରାଜ୍ୟର ଦ୍ରୁତ ବିକାଶରେ ଅଂଶ ଗ୍ରହଣ କରି ସହଯୋଗ କରିପାରିବେ ବୋଲି ସୂଚନା ଦିଆଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.