ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ବୋଲେରୋ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ ୮ ଆହତ

Published By : Rasmita Pradhan | June 14, 2025 7:58 AM

ବୌଦ୍ଧ,୧୪/୬: ବୌଦ୍ଧ ଥାନା ୫୭ ନମ୍ବର ଜାତୀୟ ରାଜପଥ ଖଜୁରୀପଡା ଠାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଶନିବାର ସକାଳେ ଏକ ବୋଲେରୋ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇ ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନାନୁଯାୟୀ, ପୁରୀରୁ ୯ ଜଣ ଯାତ୍ରୀ ଏକ ବାଲେରୋରେ ବରଗଡ଼ ଫେରୁଥିଲେ। ଖଜୁରୀପଡ଼ା ଗ୍ରାମର ସ୍କୁଲ୍‌ ଠାରେ ଏକ ଟ୍ରକ୍‌ ସହ ବୋଲେରୋଟି ଧକ୍କା ହୋଇଥିଲା । ଫଳରେ ବୋଲେରୋରେ ଥିବା ଯାତ୍ରୀଙ୍କ ମଧ୍ୟରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଆହତ ହୋଇଥିଲେ। ଆହତମାନଙ୍କୁ ଉଦ୍ଧାର କରାଯାଇ ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଘଟଣା ସମ୍ପର୍କରେ ଖବର ପାଇ ବୌଦ୍ଧ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି। ମୃତକ ଜଣକ ହେଲେ ବରଗଡ଼ ଜିଲ୍ଲା ସରଣ୍ଡା ଗାଁର ଟୁନା ପ୍ରଧାନ। ସମସ୍ତ ଆହତ ବ୍ୟକ୍ତି ବରଗଡ଼ ଜିଲ୍ଲାର ହୋଇଥିବା ସୂଚନା ମିଳିଛି। ସେପଟେ ଦୁର୍ଘଟଣା ଘଟାଇ ଟ୍ରକ୍ ଡ୍ରାଇଭର ଫେରାର ହୋଇଯାଇଛି। ଘଟଣାସ୍ଥଳରେ ବୌଦ୍ଧ ପୁଲିସ ଅଧିକାରୀ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.