ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ପ୍ରଥମ କେନ୍ଦ୍ରାପଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ:ତ୍ରିରଙ୍ଗା ଶୋଭାଯାତ୍ରାରେ ହେବେ ସାମିଲ ,ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିବେ

Published By : Prameya | June 9, 2025 8:26 AM

କେନ୍ଦ୍ରାପଡ଼ା,୦୯/୦୬: ସୋମବାର  କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  । ଏହା ତାଙ୍କର ପ୍ରଥମ ଗସ୍ତ ହୋଇଥିବାରୁ ସମଗ୍ର ଜିଲ୍ଲାବାସୀ ତଥା ଦଳୀୟ ମହଲରେ ଉତ୍ସାହ ଦେଖିବାକୁ ମିଳିଛି । ସେହିପରି ଜିଲ୍ଲା  ପ୍ରଶାସନ ପକ୍ଷରୁ ମଧ୍ୟ ଜୋରଦାର ପ୍ରସ୍ତୁତି ଚାଲିଛି । 

ରବିବାର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ  ପ୍ରସ୍ତୁତି ବୈଠକ ବସି ଗସ୍ତ କାର୍ଯ୍ୟକ୍ରମ କିପରି ସଫଳ ହେବ ସେ ସଂପର୍କରେ ଆଲୋଚନା ହୋଇଛି। ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଧାୟକ  ଡ. ଦୁର୍ଗାପ୍ରସନ୍ନ ନାୟକ, ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର କୁମାର ମଲିକ, ଉପଜିଲ୍ଲାପାଳ  ଅରୁଣ କୁମାର ନାୟକଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବିଡିଓ, ତହସିଲଦାର  ଉପସ୍ଥିତ ଥିଲେ । 

ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟରେ ହୋଇଥିବା  ଅସ୍ଥାୟୀ ହେଲିପ୍ୟାଡ୍‌ରେ ଅବତରଣ କରିବା ପରେ ତାଙ୍କୁ ସେଠାରୁ ତ୍ରିରଙ୍ଗା ଶୋଭାଯାତ୍ରା  ସ୍ଥଳ ପର୍ଯ୍ୟନ୍ତ ପାଛୋଟି ନିଆଯିବ । ମାଉସୀ ମା’ ମନ୍ଦିରଠାରୁ ଶ୍ରୀବଳଦେବଜିଉ ମନ୍ଦିର ପର୍ଯ୍ୟନ୍ତ ତ୍ରିରଙ୍ଗା ଶୋଭାଯାତ୍ରାରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ । ପରେ ଶ୍ରୀବଳଦେବଜିଉଙ୍କୁ ଦର୍ଶନ କରି ଜଜାଙ୍ଗ ସର୍କିଟ୍‌ ହାଉସ୍‌ଠାରେ ମାରାଥନ ସମୀକ୍ଷା ବୈଠକ କରିବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.