ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଦେବଗଡ଼ ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଭିନ୍ନ ଯୋଜନାର କଲେ ଉଦଘାଟନ

Published By : Anindita Ratha | June 3, 2025 2:09 PM

ଦେବଗଡ,୦୩/୦୬: ଦେବଗଡ଼ ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ଗସ୍ତ । ଏହି ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ଯୋଜନାର ଶୁଭ ଉଦଘାଟନ କରିବା ସହିତ କିଛି ଯୋଜନାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା । ସେହିପରି ଜିଲ୍ଲା ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ସ୍ବାଗତ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଥିଲା ।

ମୁଖ୍ୟମନ୍ତ୍ରୀ ଆଜି ପ୍ରାୟ ୧୨ଟା ବେଳେ ଦେବଗଡ଼ ସହର ବଡ଼ବଗିଚା ସ୍ଥିତ ହେଲିପ୍ୟାଡରେ ପହଞ୍ଚିଥିଲେ । ଏହାପରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେବଗଡ଼ ଜିଲ୍ଲାରେ ନିର୍ମିତ ମେଡିକାଲ ସମେତ ବିଭିନ୍ନ ସରକାରୀ ପ୍ରକଳ୍ପ ଶୁଭାରମ୍ଭ କରିଛନ୍ତି । ଏଥିସହ କିଛି ପ୍ରକଳ୍ପର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ୧୫୬ କୋଟି ଟଙ୍କାର ପ୍ରକଳ୍ପ ଦେବଗଡ଼ ଜିଲ୍ଲାକୁ ଭେଟି ଦେଇଥିବା ବେଳେ ୨୮ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ୩୦୦ ବେଡ୍ ବିଶିଷ୍ଟ ନବ ନିର୍ମିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୋଠାକୁ ଯାଇ ବୁଲି ଦେଖିଛନ୍ତି । 

ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ କାର୍ଯ୍ୟକ୍ରମ ପାଇଁ ପ୍ରଶାସନ ସ୍ତରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ପାଇଁ ପୋଲିସ୍ ପକ୍ଷରୁ ବ୍ୟାପକ ସୁରକ୍ଷା ଗ୍ରହଣ କରାଯାଇଛି । ଦେବଗଡ଼ ଏସପି ଅନୀଲ କୁମାର ମିଶ୍ରଙ୍କ ନେତୃତ୍ବରେ ସ୍ବତନ୍ତ୍ର ଟିମ୍ କାର୍ଯ୍ୟକ୍ରମ ସ୍ଥଳ ଓ ବିଭିନ୍ନ ଜାଗା ତଦାରଖ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୃତୟନ କରାଯାଇଛି । ଜିଲ୍ଲାର ବିଭିନ୍ନ ଥାନାର ଅଫିସରଙ୍କ ସହ ଜିଲ୍ଲା ବାହାରୁ ୩୦ଜଣ ଅଫିସରଙ୍କୁ ଆଣି ମୁତୟନ କରାଯାଇଛି ।  ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ଚରଣ ମାଝୀଙ୍କ ଏହା ପ୍ରଥମ ଦେବଗଡ଼ ଜିଲ୍ଲା ଗସ୍ତ । 





Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.