ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ଜୁଲାଇରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ, ଭୁବନେଶ୍ୱରରେ କରିବେ ବିଶାଳ ସମାବେଶ

Published By : Prameya | June 19, 2025 1:51 PM

ଭୁବନେଶ୍ୱର ୧୯/୦୬: ଓଡ଼ିଶା ଆସିବେ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ଆସନ୍ତା ଜୁଲାଇ ୯ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ରାହୁଲଙ୍କ ସହ AICC ଅଧ୍ୟକ୍ଷ ମଲ୍ଲିକାର୍ଜୁନ୍‌ ଖଡଗେ ମଧ୍ୟ ଓଡ଼ିଶା ଆସିବା ନେଇ କାର୍ଯ୍ୟକ୍ରମ ରହିଛି । 

ଓଡ଼ିଶା ଗସ୍ତରେ ଆସି ରାହୁଲ ଗାନ୍ଧୀ ରାଜଧାନୀ ଭୁବନେଶ୍ବରରେ ବିଶାଳ ସମାବେଶ କରିବେ ।  ମହିଳା ବିରୋଧୀ ହିଂସା କାର୍ଯ୍ୟକ୍ରମରେ ଯୋଗ ଦେବେ । ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି ଏବଂ ନାରୀ ଅସୁରକ୍ଷିତ ଏବଂ ଅନ୍ୟାନ୍ୟ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବେ।

ସେପଟେ ରାହୁଲ ଗାନ୍ଧୀଙ୍କ ଜନ୍ମଦିନ ଅବସରରେ ପିସିସି ସଭାପତି ଭକ୍ତ ଚରଣ ଦାସ ଓ ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲଲୁ ଓ ଅନ୍ୟ ନେତୃବୃନ୍ଦ ଲିଙ୍ଗରାଜ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ । ରାହୁଲ ଗାନ୍ଧୀଙ୍କ ଉନ୍ନତି କାମନା କରିଥିଲେ । ଏଥିସହ ସେ ସୁସ୍ଥ ଏବଂ ଆରୋଗ୍ୟ ରହିଲେ ଦେଶର ଉନ୍ନତି ପାଇଁ ଆହୁରି ଲଢିବେ ବୋଲି ଭକ୍ତ ଚରଣ ଦାସ କହିଥିଲେ ।





Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.