ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ପୋଖରୀରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

Published By : Anindita Ratha | June 14, 2025 12:04 PM

ସିମୁଳିଆ ,୧୪/୬: ପୋଖରୀରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର। ଗାଁ ଠାରୁ କିଛି ଦୂରରେ ଥିବା ଏକ ପଦ୍ମ ପୋଖରୀରୁ ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଈଶ୍ୱରପୁର ପଞ୍ଚାୟତ ଚନ୍ଦ୍ରପଡା ଗ୍ରାମରୁ ସାମ୍ନାକୁ ଆସିଛି ଏହି ଖବର। ଏନେଇ ଗ୍ରାମବାସୀ ସିମୁଳିଆ ପୁଲିସକୁ ଜଣାଇବା ପରେ ପୁଲିସ ଏକ ଅପମୃତ୍ୟ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। 

ମିଳିଥିବା ସୂଚନା ଅନୁଯାୟୀ, ଚନ୍ଦ୍ରପଡ଼ା ଗ୍ରାମର ବୁଦ୍ଧିରାମ ଦାସଙ୍କ ପୁଅ ବସନ୍ତ ଦାସ ଗତକାଲି ସନ୍ଧ୍ୟାରେ ଘରୁ ବାହାରକୁ ଆସି ଆଉ ଫେରିନଥିଲେ। ପରିବାର ଲୋକେ ଖୋଜାଖୋଜି କରି ବିଫଳ ହୋଇଥିଲେ। ହେଲେ ଆଜି ସକାଳେ ଗ୍ରାମବାସୀ ଗାଁ ଠାରୁ କିଛି ଦୂରରେ ଥିବା ଏକ ପଦ୍ମ ପୋଖରୀ ନିକଟରେ ବସନ୍ତଙ୍କ ମୃତଦେହ ଦେଖି ପରିବାର ସହ ସିମୁଳିଆ ପୁଲିସକୁ ସୂଚନା ଦେଇଥିଲେ। ସମ୍ପର୍କୀୟ ପୋଖରୀ ନିକଟରୁ ବସନ୍ତଙ୍କୁ ଉଦ୍ଧାର କରି ସିମୁଳିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଯାଇଥିଲେ । ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସିମୁଳିଆ ପୁଲିସ ୨୯/୨୫ ନଂରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ସୋର ଡାକ୍ତରଖାନାକୁ ପଠାଇଛି ।  ତେବେ ଯୁବକଙ୍କ ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.