ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ରାମପୁର ଦଳିତପଡ଼ାରେ ବ୍ୟାପିଲା ଝାଡ଼ାବାନ୍ତି; ୩ ମୃତ

Published By : Harapriya Sethi | May 26, 2025 12:03 PM

ଝାରସୁଗୁଡ଼ା, ୨୬/୦୫: ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ପୌରାଞ୍ଚଳ ଅନ୍ତର୍ଗତ ରାମପୁର ଦଳିତପଡ଼ାରେ ଝାଡ଼ାବାନ୍ତି ବ୍ୟାପିଛି । ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଗତ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୧୫ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ମୃତକମାନେ ମିଳନ ସାହୁ, ଡମ୍ବରୁଧର ବୁଡ଼ା, ବାସୁଦେବ ତନ୍ତୀ ବୋଲି ଜଣାପଡିଛି । ଦଳିତପଡ଼ାରେ ଥିବା କୂଅର ଦୂଷିତ ପାଣି ପିଇ ଝାଡ଼ାବାନ୍ତି ବ୍ୟାପିଥିବା ଅନୁମାନ କରାଯାଉଛି । 

ସୂଚନା ମୁତାବକ, ମିଳନଙ୍କ ମୃତ୍ୟୁ ଗତ ୧୮ ତାରିଖରେ ଖଲିଆକାନୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ହୋଇଥିଲା। ଗତ ୨୩ ତାରିଖରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡମ୍ବରୁଧରଙ୍କ ମୃତ୍ୟୁ ହୋଇଥିବାବେଳେ ଗତକାଲି ଅର୍ଥାତ ରବିବାର ବାସୁଦେବଙ୍କ ମୃତ୍ୟୁ ହୋଇଛି । ଏଥିରେ ୧୫ରୁ ଅଧିକ ଆକ୍ରାନ୍ତ ଥିବା ବେଳେ ସେମାନଙ୍କ ମଧ୍ୟରେ ୫ ଜଣ ପୁରୁଷ, ୫ ଜଣ ମହିଳା ଓ ୪ ଜଣ ଶିଶୁ ରହିଛନ୍ତି । ଦଳିତପଡ଼ାରେ ଥିବା କୂଅର ଦୂଷିତ ପାଣି ପିଇ ଝାଡ଼ାବାନ୍ତି ବ୍ୟାପିଥିବା ଅନୁମାନ କରାଯାଇଛି । ଏକ ଡାକ୍ତରୀ ଦଳ ଘଟଣାସ୍ଥଳକୁ ଯାଇ ସ୍ଥିତି ପରଖିବା ସହ ଉକ୍ତ କୂଅ ପାଣିର ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.