ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ନୂଆପଡ଼ାରେ ଜିଲ୍ଲା ସ୍ତରୀୟ ବିକାଶ ମେଳା କାର୍ଯ୍ୟକ୍ରମ, ସାମିଲ ହେଲେନି ବିରୋଧୀ ନେତା, ଖାଲି ପଡ଼ିଲା ଚୌକି

Published By : Rasmita Pradhan | June 12, 2025 1:52 PM

ନୂଆପଡ଼ା, ୧୨।୬ : ନୂଆପଡ଼ା ମିନି ଷ୍ଟାଡିୟମ ଠାରେ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ବିକାଶ ମେଳା ଉଦଘାଟିତ ହୋଇଛି। ଜଙ୍ଗଲ ପରିବେଶ ଓ ଶ୍ରମ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି। ଏହା ଏକ ସରକାରୀ କାର୍ଯ୍ୟକ୍ରମ ହୋଇଥିଲେ ମଧ୍ୟ କୌଣସି ବିରୋଧୀ ପ୍ରତିନିଧି ଏଥିରେ ଯୋଗ ଦେଇନଥିବା ସୂଚନା ମିଳିଛି। 

ସୂଚନାନୁଯାୟୀ, ବିକାଶ ମେଳା କାର୍ଯ୍ୟକ୍ରମରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ, ଖଡ଼ିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲି ମାଝି, ଉପାଧ୍ୟକ୍ଷା ଦୀପିକା ଦୀପ, ନୂଆପଡ଼ା ବ୍ଳକ ଅଧ୍ୟକ୍ଷା ତରେଶ୍ବରୀ ସାହୁ, କୋମନା ବ୍ଳକ ଅଧ୍ୟକ୍ଷା ଅନୁଶୟା କୁମ୍ଭାର, ଖଡ଼ିଆଳ ବ୍ଳକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ନନ୍ଦ, ବୋଡେନ ବ୍ଳକ ଅଧ୍ୟକ୍ଷା ପ୍ରେମଶିଳା ନାଗ, ସିନାପାଲି ବ୍ଳକ ଅଧ୍ୟକ୍ଷା ମାଧୁରୀ ମାଝି, ନୂଆପଡ଼ା ଏନଏସି ଅଧ୍ୟକ୍ଷ ମହମ୍ମଦ ଆଦମ, ଖଡ଼ିଆଳ ଏନଏସି ଅଧ୍ୟକ୍ଷ ଉଜଳ ଗୁପ୍ତା ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚରେ ମଞ୍ଚାସୀନ ହେବାକୁ ଥିଲା। କିନ୍ତୁ ଦୁଇ ବିଧାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷା ସମେତ ୫ଟି ବ୍ଳକ ଓ ୩ଟି ଏନଏସି ଅଧ୍ୟକ୍ଷ ଅନୁପସ୍ଥିତ ରହିବାରୁ ମଞ୍ଚରେ ଚୌକି ଖାଲି ପଡିଥିଲା। ଏହି କାର୍ଯ୍ୟକ୍ରମରେ ବିଜେଡିର କୌଣସି ନିର୍ବାଚିତ ପ୍ରତିନିଧି ଯୋଗ ଦେଇନଥିଲେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.