ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ବଗିଚା ଜଗିବାକୁ ଯିବାବେଳେ କଚାଡ଼ି ଦେଲା ହାତୀ, ବୃଦ୍ଧ ଗୁରୁତର

Published By : Harapriya Sethi | June 8, 2025 11:53 AM

ନିମବାହାଳି,୦୮/୦୬: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ କର୍ଣ୍ଣପୁର ବିଟ୍ ହାଉସ ଅଧୀନ କନ୍ତିମିଲି ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି । ବୃଦ୍ଧ ଜଣକ ବାଲିମି ଥାନା ଅନ୍ତର୍ଗତ କନ୍ତିମିଲି ଗାଁର ମାର୍କଣ୍ଡ ବେହେରା (୬୦ ବର୍ଷ) ବୋଲି ଜଣାପଡ଼ିଛି । ତାଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ମୁତାବକ, ମାର୍କଣ୍ଡ ରବିବାର ସକାଳୁ ଘରୁ ବାହାରି ଗାଁ ମୁଣ୍ଡରେ ଥିବା ନିଜ ବଗିଚାକୁ ଯାଉଥିଲେ। ଏହି ସମୟରେ ଏକ ହାତୀ ହାବୁଡ଼ରେ ପଡ଼ିଥିଲେ। ହାତୀଟି ତାଙ୍କୁ ଶୁଣ୍ଢରେ ଟେକି କଚାଡି ଦେଇଥିଲା। ଫଳରେ ସେ କିଛି ଦୂରକୁ ଛିଟିକି ପଡ଼ିଥିଲେ। ତାଙ୍କ ମୁଣ୍ଡ, ହାତ, ମୁହଁ ଓ ଅଣ୍ଟାରେ ଗଭୀର ଆଘାତ ଲାଗିଥିଲା । ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରିଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.