ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ; ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏସ୍‌ପିଙ୍କୁ ଜାନ୍‌ର ଦାବିପତ୍ର

Published By : Bijay Swain | May 28, 2025 7:56 PM

ନୂଆପଡ଼ା,୨୮।୫(ଆପ୍ର): ବଲାଙ୍ଗୀର ଜିଲ୍ଲାର କାର୍ଯ୍ୟରତ ସାମ୍ବାଦିକ ବିଜୟ କୁମାର ପ୍ରଧାନଙ୍କ ଉପରେ ଅସାମାଜିକ ଯୁବକଙ୍କ ତାଲିବାନି ବର୍ବରତାରେ ସଂପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଓ ସାମ୍ବାଦିକ ସୁରକ୍ଷା ଆଇନ ଲାଗୁ ପ୍ରସଙ୍ଗରେ ଆଜି ଜାନ୍ ନୂଆପଡା ଏସ୍‌ପିଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇଛନ୍ତି l 

କିଛି ଦିନ ତଳେ ବଲାଙ୍ଗୀର ଜିଲ୍ଲାରେ କାର୍ଯ୍ୟରତ ସାମ୍ବାଦିକ ବିଜୟ କୁମାର ପ୍ରଧାନଙ୍କୁ କେତେକ ସାମାଜିକ ଯୁବକ ହାତ ଗୋଡ ବାନ୍ଧି ତାଲିବାନି ବର୍ବରତା ସହ କଙ୍ଗାରୁ କୋର୍ଟ ଚଳାଇଥିଲେ l ଏହି ଘଟଣାକୁ ନୂଆପଡା ଜିଲ୍ଲା ସାମ୍ୱାଦିକ ସଂଘ (ଜାନ୍) କଡା ନିନ୍ଦା କରିଛି l ଅଭିଯୁକ୍ତ ଗିରଫ ଯୁବକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ଦାବି କରିଥିଲେ l ପୁଣି ଦିନକୁ ଦିନ ସାମ୍ବାଦିକଙ୍କ ଉପରେ ଆକ୍ରମଣ ବଢୁଛି l ତେଣୁ ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବି କରିଛନ୍ତି l 

ବୁଧବାର ଜାନ୍ ସମ୍ପାଦକ ରତନ କେତକିଙ୍କ ନେତୃତ୍ୱରେ ଜାନ୍‌ର ଏକ ଟିମ୍ ନୂଆପଡା ଏସପି ଜିଆର ରାଘବେନ୍ଦ୍ରଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଥିଲେ l ଜାନ୍‌ର ପୂର୍ବତନ ସଭାପତି ମାୟାଧର ସରାଫ, ସଂଯୋଜକ ଅଶ୍ୱିନୀ କୁମାର ପାଣିଗ୍ରାହୀ, ପୁରୋହିତ ସୁନାନି, ସଞ୍ଜୀବ କୁମାର ପାଣିଗ୍ରାହୀ, ଚେତୁରାମ ପ୍ରଧାନୀ, ଚନ୍ଦ୍ରଶେଖର ପଟେଲ, ପୀତବାସ ହାତୀ ପ୍ରମୁଖ ଉପସ୍ଥିତ ଥିଲେ l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.