ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଅଗ୍ନିକାଣ୍ଡରେ ଜଳିଗଲା ଟାୟାର ମରାମତି ଦୋକାନ

Published By : Anindita Ratha | June 5, 2025 1:35 PM

ନିମବାହାଳି,୫।୬: ଅଗ୍ନିକାଣ୍ଡରେ ଜଳିଗଲା ଟାୟାର ମରାମତି ଦୋକାନ । ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥ ବଳରାମପ୍ରସାଦ ଛକ ନିକଟରେ ଥିବା ମନୋଜ ସାହୁଙ୍କ ଟାୟାର ମରାମତି ଦୋକାନ  ଅଗ୍ନିକାଣ୍ଡରେ ଜଳି ଯାଇଛି।

ତେବେ ବୁଧବାର ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର ସଠିକ କାରଣ ଜଣାପଡ଼ି ନଥିବା ବେଳେ ବିଦ୍ୟୁତ ସଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଏଥିରେ ଲକ୍ଷାଧିକ ଟଙ୍କା ମୁଲ୍ୟର ଟିୟୁ, ଟାୟାର ଓ କମ୍ପ୍ରେସର ମେସିନ ପୋଡ଼ି ଯାଇଥିବା ଜଣାପଡ଼ିଛି। ଏନେଇ ଖବରପାଇ ଘଟଣାସ୍ଥଳରେ ହିନ୍ଦୋଳ ରୋଡ଼ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ମାତ୍ର ସେତେବେଳକୁ ନିଆଁ ଅଧିକ ମାତ୍ରାରେ ବ୍ୟାପି କ୍ଷୟକ୍ଷତି ଘଟାଇ ସାରିଥିଲା।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.