ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ କରି ବନ୍ଧାହେଲେ ୪ ଅଧିକାରୀ

Published By : Rasmita Pradhan | May 22, 2025 2:09 PM

କାଶୀପୁର, ୨୨/୦୫ : ସରକାରୀ ଅର୍ଥ ହଡ଼ପ ଅଭିଯୋଗରେ ୪ ଅଧିକାରୀ ଗିରଫ। ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ NREGS ଅନ୍ତର୍ଗତ କୃଷି ପୋଖରୀ ଖନନ ନକରି ସରକାରୀ ଅର୍ଥ ଆତ୍ମସାତ୍ କରିବା ଅଭିଯୋଗରେ ୪ ଅଧିକାରୀଙ୍କୁ ଗିରଫ କଲା ଭିଜିଲାନ୍ସ। 

ସୂଚନାନୁଯାୟୀ, ରାୟଗଡ଼ା ଜିଲ୍ଲା ଜଳଛାୟା ପ୍ରକଳ୍ପରେ ୨୩ଟି ପୋଖରୀ ଖୋଳା ନଯାଇ ୨୦ ଲକ୍ଷ ଟଙ୍କାର ଅର୍ଥ ହେରଫେର ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ସଂପୃକ୍ତ ରାଜେନ୍ଦ୍ରନାଥ ନାଏକ, ଅସିଷ୍ଟାଣ୍ଟ ପ୍ରୋଜେକ୍ଟ ଡିରେକ୍ଟର (Class-I) କମ୍ PIA, ମୃତ୍ତିକା ସଂରକ୍ଷଣ ପର୍ଯ୍ୟବେକ୍ଷକ ଯୋଗେନ୍ଦ୍ର ଖୋସଲା ଏବଂ ଦୀପକ କୁମାର ସାହୁ, ମୃତ୍ତିକା ସଂରକ୍ଷଣ ସମ୍ପ୍ରସାରଣ କର୍ମୀ ଶ୍ରୀକୁମାର ନାୟକଙ୍କ ବିରୋଧରେ ତଦନ୍ତ ଆରମ୍ଭ ହୋଇଥିଲା। ତଦନ୍ତ ବେଳେ ଏହି ୪ ଅଧିକାରୀ ସରକାରୀ ପାଣ୍ଠି ହଡ଼ପ କରିଥିବା ଜଣାପଡ଼ିଥିଲା। ଜବ କାର୍ଡ ଥିବା ଶ୍ରମିକଙ୍କ ଖାତାକୁ ଭିତ୍ତି କରି ଅର୍ଥ ହେରଫେର ହୋଇଥିବା ଜଣାପଡ଼ିଥିଲା। ଭିଜିଲାନ୍ସ ଏବେ ୪ ଅଭିଯୁକ୍ତଙ୍କୁ ଗିରଫ କରି ପଚରାଉଚରା କରୁଛି। ଏ ସଂକ୍ରାନ୍ତରେ କୋରାପୁଟ ଭିଜିଲାନ୍ସ ବିଭାଗ ତରଫରୁ ଏକ ମାମଲା ରୁଜୁ କରାଯାଇଛି।




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.