ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଆରୋଗ୍ୟ କେନ୍ଦ୍ର ବନ୍ଦ ଘଟଣା, ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ୍

Published By : Gurupada Nath | June 10, 2025 8:32 PM

ଦାରିଙ୍ଗବାଡି,୧୦/୬ : ଗତ ୩ତାରିଖ ଦିନ କିରିକୁଟି ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର ବନ୍ଦ ରହିଥିବା ନେଇ ଗଣମାଧ୍ୟମରେ ଖବର ପ୍ରକାଶିତ ହେବା ପରେ ତତପର ହୋଇଥିଲା ସ୍ବାସ୍ଥ୍ୟ ବିଭାଗ । ଆରୋଗ୍ୟ କେନ୍ଦ୍ର ବନ୍ଦ ଘଟଣାରେ କିରିକୁଟି ସିଏଚଓଙ୍କ ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିବା ଗୋଷ୍ଠୀ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ଼ ଜାକେଶ ସାମନ୍ତରାୟ ସୂଚନା ଦେଇଛନ୍ତି । 

ସୂଚନା ଅନୁସାରେ କିରିକୁଟି ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର ମାସକ ମାଧ୍ୟମରେ ମାତ୍ର ୨ ଦିନରୁ ୫ଦିନ ଖୋଲା ହେଉଥିବାବେଳେ ବାକି ସମୟ ତାଲା ଝୁଲି ରହୁଥିବା ଗ୍ରାମବାସୀ ଅଭିଯୋଗ କରିଥିଲେ । ତାଲା ଝୁଲି ରହୁଥିବା ଫଳରେ ପ୍ରତ୍ୟେକ ଦିନ ଏକାଧିକ ରୋଗୀ ଆସି ଫେରିକି ଯାଉଥିଲେ । ଗାଁ ପାଖରେ ସ୍ବାସ୍ଥ୍ୟକେନ୍ଦ୍ର ଥାଇ ସୁଦ୍ଧା ଲୋକେ ସ୍ବାସ୍ଥ୍ୟ ସେବା ପାଉ ନ ଥିବା ଫଳରେ ୫କିଲୋ ମିଟର ବାଟ ସିମନବାଡ଼ି ସ୍ବାସ୍ଥ୍ୟକେନ୍ଦ୍ରରୁ ସ୍ବାସ୍ଥ୍ୟ ସେବା ପାଉଥିଲେ । ଫଳରେ ରୋଗୀମାନେ ସାମାନ୍ୟ ରୋଗ ପାଇଁ ମଧ୍ୟ ଅଯଥା ଖର୍ଚ୍ଚାନ୍ତ ହେବାକୁ ପଡୁଥିଲା ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.