ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଶାରୀରିକ ପରୀକ୍ଷା ବେଳେ ଚାଲିଗଲା ପରୀକ୍ଷାର୍ଥୀଙ୍କ ଜୀବନ, ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Published By : Anindita Ratha | May 29, 2025 1:49 PM

ଭୁବନେଶ୍ବର,୨୯/୦୫:ଗଜପତିରେ ହୋମଗାର୍ଡ ପଦବୀରେ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଚାଲିଥିବା ସମୟରେ ସୁଲନ୍ତ ମିଶାଲଙ୍କ ଦେହାନ୍ତ ହୋଇଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏଥିସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଥିବା ନେଇ ମୁଖ୍ୟମନ୍ତ୍ରୀ ନିଜର ସୋସିଆଲ ମିଡ଼ିଆ ଆକାଉଣ୍ଟ ଏକ୍ସରେ ସୂଚନା ଦେଇଛନ୍ତି । 


ପ୍ରକାଶ ଥାଉକି,ଆଜି ସକାଳେ ହୋମ ଗାର୍ଡ ପଦବୀରେ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଦେବାକୁ ମୃତ  ସୁଲନ୍ତ ମିଶାଲ ପରୀକ୍ଷା ଦେବାକୁ ଆସିଥିଲେ ।ଏହି  ପରୀକ୍ଷା ପୂର୍ବରୁ ପୋଲିସ୍ ଡ୍ରିଲ୍ ହୋଇଥିଲା । ମାତ୍ର ଏହି ସମୟରେ କୌଣସି କାରଣରୁ ସୁଲନ୍ତ ମିଶାଲ ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ତୁରନ୍ତ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହାଛଡ଼ା ଇଣ୍ଟରଭ୍ୟୁ ବେଳେ ଅନ୍ୟ ୬ଜଣ ଆଶାୟୀ ମଧ୍ୟ ଅସୁସ୍ଥ ହୋଇପଡ଼ିଥିଲେ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.