ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଅଧୁରା ରହିଗଲା ଚାକିରି ସ୍ୱପ୍ନ, ଦୌଡ଼ିବା ବେଳେ ଟଳି ପଡ଼ିଲେ ହୋମଗାର୍ଡ ଆଶାୟୀ

Published By : Harapriya Sethi | March 27, 2025 10:36 AM

ଭୁବନେଶ୍ୱର, ୨୭/୦୩: ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାଇଥାନ୍ତେ ହୋମଗାର୍ଡ ଚାକିରି । ହେଲେ ଅଧୁରା ରହିଗଲା ସ୍ୱପ୍ନ । ଫିଜିକାଲ୍‌ ଟେଷ୍ଟରେ ଦୌଡିବା ସମୟରେ ଅସୁସ୍ଥ ହୋଇ ଚାଲିଗଲା ପରୀକ୍ଷାର୍ଥୀଙ୍କ ଜୀବନ । ମୃତକ ହେଲେ ବୁଡିଦୋ ଗ୍ରାମର ପ୍ରଦୀପ କୁମାର ଦେହୁରୀଙ୍କ ପୁଅ ସାହେବ ଦେହୁରୀ (୧୯) । ଖରାରେ ଦୌଡ଼ିବା ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ଦେବଗଡ ଜିଲ୍ଲାରେ ହୋମଗାର୍ଡ ପରୀକ୍ଷା ବେଳେ ଏଭଳି ଘଟଣା ଘଟିଛି ।


ଏହା ମଧ୍ୟ ପଢନ୍ତୁ-  ମୁକୁନ୍ଦପୁର ଘାଟିରେ ଓଲଟିଲା ବସ୍‌, ୩ ଗୁରୁତର

ସୂଚନା ମୁତାବକ, ଦେବଗଡ ଜିଲ୍ଲାରେ ୬୦ ଟି ହୋମଗାର୍ଡ ପଦବୀ ପୂରଣ ପାଇଁ ଚଳିତ ମାସ ୨୨ ତାରିଖରୁ ଆରମ୍ଭ ହୋଇଥିଲା ଫିଜିକାଲ୍‌ ଟେଷ୍ଟ । ପରୀକ୍ଷାରେ ଜଣକ ପରେ ଜଣେ ପରୀକ୍ଷାର୍ଥୀ ଫିଜିକାଲ୍‌ ଟେଷ୍ଟ ଦେଇଥିଲେ । ଏହି ଫିଜିକାଲ୍‌ ଟେଷ୍ଟରେ ପ୍ରଦୀପ କୁମାର ଦେହୁରୀ ଦୌଡ଼ୁଥିବା ବେଳେ ହଠାତ୍‌ ଚେତାଶୂନ୍ୟ ହୋଇପଡ଼ିଥିଲେ। ଏହା ଦେଖି ସେଠାରେ ଉପସ୍ଥିତ ପୋଲିସ କର୍ମଚାରୀ ତାଙ୍କୁ ଅଚେତ ଅବସ୍ଥାରେ ଆଣି ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଗୁରୁବାର ସକାଳୁ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ତେବେ ଏଖରାରେ ଦୌଡ଼ିବା ଯୋଗୁଁ  ତାଙ୍କର ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.