ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ମାନବିକତା ଦେଖାଇଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର

Published By : Gurupada Nath | June 7, 2025 7:08 PM

କଟକ,୭/୬ : ତେଲେଙ୍ଗାପେଣ୍ଠଠାରେ ଆଜି ଏକ ହୃଦୟସ୍ପର୍ଶୀ ଘଟଣା ଦେଖିବାକୁ ମିଳିଛି । ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଦେଖାଇଛନ୍ତି ମାନବିକତା ।  

ସୂଚନା ଅନୁସାରେ, ଅନନ୍ତ କୁମାର ସାହୁ ନାମକ ଜନୈକ ବ୍ୟକ୍ତି ଏବଂ ତାଙ୍କ ସ୍ତ୍ରୀ ଓ ସେମାନଙ୍କର ଦୁଇ ପିଲା ରାସ୍ତା କଡ଼ରେ ଏକ ଦୁର୍ଘଟଣାର ଶିକାର ହୋଇଥିଲେ । ଏହି ସମୟରେ ଡକ୍ଟର ମହାପାତ୍ର ସେହି ଅଞ୍ଚଳ ଦେଇ ଯାଉଥିଲେ ।  ଏହା ଦେଖିବା ପରେ ମନ୍ତ୍ରୀ ତୁରନ୍ତ ତାଙ୍କ ଗାଡ଼ିକୁ ଅଟକାଇଥିଲେ ଏବଂ ବ୍ୟକ୍ତିଗତ ଭାବେ ଉଦ୍ଧାର କାର୍ଯ୍ୟ ତଦାରଖ କରିଥିଲେ। 

ସେ ତାଙ୍କର ଏକ ଏସ୍କର୍ଟ ଗାଡ଼ିରେ ପୀଡ଼ିତମାନଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରିବାର ବ୍ୟବସ୍ଥା କରିଥିଲେ। ଆହତମାନଙ୍କୁ ତୁରନ୍ତ ଏବଂ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ଡକ୍ଟର ମହାପାତ୍ର ଉପସ୍ଥିତ ଅଧିକାରୀ ଏବଂ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ମଧ୍ୟ ଦେଇଥିଲେ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.