ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

କେନ୍ଦ୍ରାପଡ଼ାର ଜରି ମାଉସୀ କମଳାଙ୍କ ପରଲୋକ

Published By : Gurupada Nath | May 31, 2025 11:13 PM

କେନ୍ଦ୍ରାପଡା, ୩୧/୫ :  କେନ୍ଦ୍ରାପଡ଼ାର ଜରି ମାଉସୀ କମଳା ମହାରଣାଙ୍କର କଟକରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି l ମୃତ୍ୟୁ ବେଳକୁ କମଳାଙ୍କୁ ୬୬ବର୍ଷ ବୟସ ହୋଇଥିଲା l ଏପ୍ରିଲ ୨୮ତାରିଖରେ ଅସାବଧାନତା ହେତୁ ଘରେ ପଡ଼ିଯିବା ପରେ କମଳାଙ୍କ ବାମ ଜଙ୍ଘ ଭାଙ୍ଗି ଯାଇଥିଲା l ତାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ପରିବାର ଲୋକେ କଟକ ନେଇଯାଇଥିଲେ l ଆଜି କମଳାଙ୍କ ସ୍ଵାସ୍ଥ୍ୟବସ୍ଥା ଅଧିକ ଖରାପ ହୋଇଯାଇଥିଲା l 

ତେବେ ଆଜି ସନ୍ଧ୍ୟାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା l ବ୍ୟବହୃତ ପଲିଥିନିରୁ ଘରକରଣl ସାମଗ୍ରୀ ତିଆରି କରି ଚର୍ଚ୍ଚାରେ ଥିଲେ କମଳା ମହାରଣା l ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କମଳାଙ୍କୁ ମନକୀ ବାତ୍ କାର୍ଯ୍ୟକ୍ରମରେ ପ୍ରସଂଶା କରିଥିଲେ l କେବଳ ସେତିକି ନୁହଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ରାପଡ଼ା ଆସିଥିବା ବେଳେ କମଳାଙ୍କ ପାଦ ଛୁଇଁ ପ୍ରଣାମ କରିଥିଲେ l କମଳା ଗହ୍ମାପୂର୍ଣିମାରେ   ପ୍ରଧାନମନ୍ତ୍ରୀଙ୍କ ପାଇଁ ଜରି ତିଆରି ରାଖୀ ପଠାଇଥିଲେ l ନିକଟରେ ଅପରେସନ ସିନ୍ଦୁରର ସଫଳତା ପରେ କମଳା ତିନି ସେନାର ମୁଖ୍ୟଙ୍କ ପାଇଁ ଜରି ତିଆରି ଟୋପି ପଠାଇ ଚର୍ଚ୍ଚାକୁ ଆସିଥିଲେ l ତେବେ କମଳାଙ୍କ ମୃତ୍ୟୁ ସମ୍ପର୍କରେ ତାଙ୍କ ପରିବାର ଲୋକଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.