ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ରାୟଗଡ଼ା ଗସ୍ତରେ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଚାଷୀଙ୍କ ସହିତ କଲେ ଆଲୋଚନା

Published By : Anindita Ratha | May 23, 2025 12:27 PM

ରାୟଗଡ଼ା,୨୩/୦୫: ରାୟଗଡ଼ା ଗସ୍ତରେ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।  ସେ ରାୟଗଡା ବ୍ଲକ୍ ବୀରନାରାୟଣପୁର ଗାଁକୁ ଯାଇ ସେଠାରେ ଚାଷୀଙ୍କୁ ଭେଟ କରିଛନ୍ତି । ସରକାର ଧାନ କ୍ଵିଣ୍ଟାଲ ପିଛା ୩୧୦୦ ଟଙ୍କା କରିବା ଓ ଚାଷୀଙ୍କ ପାଇଁ ଅନ୍ୟାନ୍ୟ ସୁବିଧା ପ୍ରଦାନ କରିଥିବା ସମ୍ପର୍କରେ ଚାଷୀଙ୍କ ସହିତ ଆଲୋଚନା କରିଛନ୍ତି । ଚାଷୀଙ୍କ ଆୟ ବୃଦ୍ଧି ପାଇଁ ଆଉ କ'ଣ ପଦକ୍ଷେପ ଗ୍ରହଣ କରିହେବ, ସେ ବାବଦରେ ମତାମତ ସଂଗ୍ରହ କରିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ଏହାପରେ ରାୟଗଡ଼ା ଠାରେ ୨୦ଜଣ ନୂତନ ହିତାଧିକାରୀଙ୍କୁ ରାସନ କାର୍ଡ ବଣ୍ଟନ କରିଥିଲେ । ବର୍ତ୍ତମାନ ୬୦୦ଜଣ ହିତାଧିକାରୀ ଚୟନ ହୋଇଛନ୍ତି। ସେଠାରୁ ଫେରି ଦଳୀୟ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ । ସେଠାରେ ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ଧନ୍ୟବାଦ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ଆକାଉଣ୍ଟକୁ ଧାନ କ୍ବିଣ୍ଟାଲ ପିଛା ୩୧୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ଏହି କାର୍ଯ୍ୟକ୍ରମରେ ରାୟଗଡ଼ାର ଅନେକ ଚାଷୀ ଓ ବିଜେପି ନେତା ଯୋଗଦାନ କରିଥିଲେ। କାର୍ଯ୍ୟକ୍ରମରେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ୱର ସାହୁ, ଉପସଭାପତି ପୁଲେଇ ପୁହାଣ, ଜିଲ୍ଲା ବିଜେପି ସଭାପତି ଗୋପୀ ଆନନ୍ଦ, କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି କୃଷ୍ଣଚନ୍ଦ୍ର ପଣ୍ଡା, ବରିଷ୍ଠ ନେତା କାଳିରାମ ମାଝୀ, ଶିବଶଙ୍କର ଉଲ୍ଲାକା, ବସନ୍ତ ଉଲ୍ଲାକା, ରଜତ ମାଦଳା, ୱାଇ ଭେଙ୍କେଟେଶ୍ବର ରାଓ ପ୍ରମୁଖ ଉପସ୍ଥିତ ଥିଲେ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.