ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

୯ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଥାନାରେ ଅଟକ…

Published By : Ladu Kishor | June 10, 2025 11:01 PM

କୁଜଙ୍ଗ୧୦/୬ : ଜଗତସିଂହପୁର ଜିଲ୍ଲା ତିର୍ତୋଲ ଥାନା ଅନ୍ତର୍ଗତ ରାହାମା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ୯ ବର୍ଷର ଶିଶୁ କନ୍ୟାକୁ ୩୫ ବର୍ଷୀୟ ବିବାହିତ ଯୁବକ ଦୁଷ୍କର୍ମ ଉଦ୍ୟମ କରିଛି। ଏହି ଘଟଣା ପ୍ରଘଟ ହେବା ମାତ୍ରେ ତିର୍ତୋଲ ପୋଲିସ ଅଭିଯୁକ୍ତ ଯୁବକକୁ ଥାନାକୁ ଉଠାଇ ନେଇଛି । ତେବେ ଏହି ଘଟଣାକୁ ସ୍ଥାନୀୟ ଅଞ୍ଚଳରେ ନିନ୍ଦା କରିବା ସହ ଅଭିଯୁକ୍ତ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି । 

ମିଳିଥିବା ଖବର ମୁତାବକ ଆଜି ସନ୍ଧ୍ୟାରେ ସାଇଲୋ ଗ୍ରାମର ଜଣେ ବିବାହିତ ଯୁବକ ରାହାମା ଅଞ୍ଚଳର ୯ ବର୍ଷୀୟ ଶିଶୁ କନ୍ୟାକୁ ମନ୍ଦ ଉଦ୍ଦେଶ୍ୟ ରଖି ଘରକୁ ଡ଼ାକିଥିଲେ। ସେ ଅରାଜି ହେବାରୁ ଯୁବକ ଜଣଙ୍କ ବଳପୂର୍ବକ ଭାବେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲା । ଫଳରେ ଶିଶୁ କନ୍ୟା ଜଣଙ୍କ ଚିତ୍କାର କରିବାରୁ ସେ ଘଟଣା ସ୍ଥଳରୁ ଛାଡ଼ି ପଳାଇଥିଲା ।ଏହି ଘଟଣା ଶିଶୁ କନ୍ୟା ତାର ପରିବାର ଲୋକଙ୍କୁ କହିବା ପରେ ତୁରନ୍ତ ପୋଲିସର ସହାୟତା ନିଆଯାଇଥିଲା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଭିଯୁକ୍ତ ଯୁବକକୁ ଥାନାକୁ ଉଠାଇ ନେଇଥିବା ଜଣାପଡ଼ିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.