ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଶ୍ଵାସ ରୋଗୀଙ୍କ ମୁହଁରୁ କାଢିନେଲେ ଅକ୍ସିଜେନ୍ ! ଡାକ୍ତର ଏବଂ ଆଟେଣ୍ଡାଣ୍ଟଙ୍କ ଅବହେଳା ଯୋଗୁଁ ମୃତ୍ୟୁ ଅଭିଯୋଗ

Published By : Rasmita Pradhan | June 7, 2025 11:14 AM

ଚାନ୍ଦବାଲି, ୭/୬ : ଶ୍ଵାସ ରୋଗୀଙ୍କ ମୁହଁରୁ ଅକ୍ସିଜେନ କାଢିନେବାରୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ। ଭଦ୍ରକ ଜିଲ୍ଲା ଚାନ୍ଦବାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଏହି ଘଟଣା ଘଟିଛି। ଡାକ୍ତର ଏବଂ ଆଟେଣ୍ଡାଣ୍ଟଙ୍କ ଅବହେଳା ପାଇଁ ରୋଗୀଙ୍କ ମୃତ୍ୟୁ ହୋଇଥିବା ନେଇ ରୋଗୀଙ୍କ ସମ୍ପର୍କୀୟ ଅଭିଯୋଗ କରିଛନ୍ତି। ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। 

ସୂଚନା ମୁତାବକ, ଶନିବାର ସକାଳେ ବିଜୟନଗର ଗ୍ରାମର ଶ୍ଵାସ ରୋଗୀ ପ୍ରଫୁଲ୍ଲ ଦାଶ ଚିକିତ୍ସା ପାଇଁ ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆସିଥିଲେ। ଡ୍ୟୁଟିରେ ଥିବା ଡାକ୍ତର ଚିକିତ୍ସା କରିବା ସହ ରୋଗୀଙ୍କ ମୁହଁରେ ଅକ୍ସିଜେନ୍ ଲଗାଇଥିଲେ। ପ୍ରଫୁଲ୍ଲ ଚିକିତ୍ସାଧୀନ ଥିବା ବେଳେ ଡ୍ୟୁଟିରେ ଥିବା ଆଟେଣ୍ଡାଣ୍ଟ ସମର ମହାଳିକ ତାଙ୍କ ମୁହଁରୁ ଅକ୍ସିଜେନ୍ କାଢି ନେଇଥିଲେ। କିଛି ସମୟ ମଧ୍ୟରେ ପ୍ରଫୁଲ୍ଲଙ୍କର ମୃତ୍ୟୁ ହୋଇଥିଲା। ଯାହାଫଳରେ ଡାକ୍ତରଖାନା ପରିସରରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ଡାକ୍ତର ଓ ଆଟେଣ୍ଡାଣ୍ଟଙ୍କ ଅବହେଳା ପାଇଁ ରୋଗୀର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପ୍ରଫୁଲଙ୍କ ସମ୍ପର୍କୀୟ ଏବଂ ଗ୍ରାମବାସୀମାନେ ଡାକ୍ତରଖାନାରେ ପହଞ୍ଚି ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.