ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଜମି ବିବାଦକୁ କେନ୍ଦ୍ରକରି ଗଣ୍ଡଗୋଳ, ସମ୍ପର୍କୀୟ ଭାଇର କଟୁରୀ ଚୋଟରେ ବୃଦ୍ଧ ଗୁରୁତର

Published By : Harapriya Sethi | June 12, 2025 11:35 AM

ସାଲେପୁର, ୧୨/୦୬: କଟକ ଜିଲ୍ଲା ଜପକୁଦ ଫାଣ୍ଡି ଅନ୍ତର୍ଗତ କଟପା ଗାଁରେ ଜମି ବିବାଦକୁ କେନ୍ଦ୍ରକରି ଗଣ୍ତଗୋଳ । ସମ୍ପର୍କୀୟ ଭାଇ ନବକିଶୋର ବେହୁରାର କଟୁରୀ ଚୋଟରେ ପ୍ରେମାନନ୍ଦ ବେହୁରା(୭୩) ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ଜପକୁଦ ଫାଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଲାଇଛି । 

ସୂଚନା ମୁତାବକ, ପ୍ରେମାନନ୍ଦ ବେହୁରା ଏବଂ ତାଙ୍କ ସମ୍ପର୍କୀୟ ଭାଇ ନବକିଶୋର ବେହୁରାଙ୍କ ମଧ୍ୟରେ ଦୀର୍ଘ ଦିନରୁ ଜମି ବିବାଦକୁ ନେଇ କଳହ ଲାଗି ରହିଥିଲା । ଏହାକୁ ନେଇ ଗୁରୁବାର ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏଥିରେ ଉତ୍ୟକ୍ତ ହୋଇ ନବକିଶୋର ପ୍ରେମାନନ୍ଦଙ୍କୁ ଏକ କଟୁରୀରେ ଆକ୍ରମଣ କରିଥିଲେ । ଫଳରେ ପ୍ରେମାନନ୍ଦଙ୍କ ମୁଣ୍ଡରେ ଶକ୍ତ‌ ଆଘାତ ଲାଗିବା କାରଣରୁ ପ୍ରବଳ ରକ୍ତସ୍ରାବ ହୋଇଥିଲା । ପ୍ରାଥମିକ ଚିକିତ୍ସାପରେ ତାଙ୍କୁ କଟକ ବଡ ଡାକ୍ତରଖାନାକୁ ପଠାଯିବାର ବ୍ୟବସ୍ଥା କରାଯାଇଥିବା ଜଣାପଡିଛି। ଆକ୍ରମଣ କରିବା ପରେ ଅଭିଯୁକ୍ତ ନବକିଶୋର ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲା । ଘଟଣା ସମ୍ପର୍କରେ ଖବର ପାଇ ଜପକୁଦ ଫାଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.