ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ସାମାନ୍ୟ ବର୍ଷାରେ ଧୋଇଗଲା ରାସ୍ତା; ଯାତାୟାତ ଠପ୍, ପକ୍କା ରାସ୍ତା ନିର୍ମାଣ ପାଇଁ ଦାବି

Published By : Swapna Ray | June 11, 2025 1:55 PM

ଦାରିଙ୍ଗବାଡ଼ି, ୧୧।୬: ବର୍ଷା ହେଲେ ରାସ୍ତା ସାରା କାଦୁଅ ହୋଇଯାଉଛି । ଯାତାୟତ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଉଛି । ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ରାସ୍ତାରେ ଏଭଳି ପରିସ୍ଥିତି ଉପୁଜିଛି । ସିମନବାଡ଼ିଠାରୁ ଡକରବାଡ଼ି ପର୍ଯ୍ୟନ୍ତ ୩ କିଲୋ ମିଟର ରାସ୍ତା ନିର୍ମାଣ ହୋଇଛି । ଏହି ରାସ୍ତା ଉପରେ ୪ଟି ଗାଁର ଲୋକେ ନିର୍ଭରଶୀଳ । ଡକରବାଡ଼ି ଗାଁର ୧୦୦ ପରିବାର, ସୁଲୁକୁଟି ଗାଁର ୩୦ ପରିବାର ଓ ଆଡକି ଗାଁର ୨୦ ପରିବାର ନିର୍ଭର କରିଥାନ୍ତି । ଏଥିସହିତ କ. ନୂଆଗାଁ ବ୍ଲକର ବାଲିଗାଡ଼ା ପଞ୍ଚାୟତ ଅଞ୍ଚଳର ଲୋକ ନିର୍ଭର କରିଥାନ୍ତି । ହେଲେ ରାସ୍ତା ଅବସ୍ଥା ଶୋଚନୀୟ ହୋଇଥିବା ଯୋଗୁଁ ଲୋକେ ଯାତାୟତରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । 

ମାଟି ରାସ୍ତା ହୋଇଥିବାରୁ ସାମାନ୍ୟ ବର୍ଷା ହେଲେ ରାସ୍ତା ସାରା କାଦୁଅ ହୋଇଯାଉଛି । ଗାଡ଼ି ହେଉ ଅବା ସାଇକେଲରେ ଏହି ରାସ୍ତା ଦେଇ ଯିବା ସମ୍ଭବ ହେଉନାହିଁ । ଫଳରେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହି ରାସ୍ତାକୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ କରିବା ପାଇଁ ପ୍ରଶାସନ ନିକଟରେ ଅନେକ ବାର ଅଭିଯୋଗ କରିଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ଅଭିଯୋଗର ସମାଧାନ ହୋଇନାହିଁ । ବର୍ଷ ବର୍ଷ ଧରି ଗ୍ରାମବାସୀମାନେ ଏହି ସମସ୍ୟା ଦେଇ ଗତି କରୁଥିବା ବେଳେ ଏ ପର୍ଯ୍ୟନ୍ତ ଏହାର କୌଣସି ସମାଧାନ ହୋଇନଥିବା ଅଭିଯୋଗ ହୋଇଛି । ତେଣୁ ଏହି ମାଟି ରାସ୍ତାକୁ ଯଥାଶୀଘ୍ର ପକ୍କା ରାସ୍ତା କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି । ଯଦି ଏ ସମସ୍ୟାର ତୁରନ୍ତ ସମାଧାନ  କରାନଯାଏ, ତେବେ ଅଞ୍ଚଳବାସୀ ଆନ୍ଦୋଳନକୁ ଓହ୍ଲାଇବାକୁ ପଛ ଘୁଞ୍ଚା ଦେବେ ନାହିଁ ବୋଲି ରୋକଠୋକ୍ କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.