ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ବାଲି ମାଫିଆଙ୍କ ଉତ୍ପାତ : ରାତି ଅଧରେ କାର୍‌ ଉପରକୁ ବୋମା ମାଡ଼

Published By : Harapriya Sethi | June 9, 2025 8:56 AM

ଓଡ଼ାପଡ଼ା,୦୯/୦୬: ଦିନକୁ ଦିନ ବଢିବାରେ ଲାଗିଛି ବାଲି ମାଫିଆଙ୍କ ଉତ୍ପାତ । ବିଳମ୍ବିତ ରାତିରେ ଢେଙ୍କାନାଳ ଜିଲ୍ଲା ଓଡ଼ାପଡ଼ା ତହସିଲ କାର୍ଯ୍ୟାଳୟ ନିକଟସ୍ଥ ବଣିଆପଡା ଗାଁ ନିକଟରେ ବାଲି ମାଫିଆ ଏକ କାର୍‌ ଉପରକୁ ବୋମା ମାଡ଼ କରିବା ସହ ଆତଙ୍କ ଖେଳାଇଛନ୍ତି । ବୋମା ମାଡ଼ରେ କାର୍‌ର ସାମ୍ନା ଭାଗ କ୍ଷତିଗ୍ରସ୍ତ ହୋଇଛି । ହେଲେ କାହାର କିଛି କ୍ଷୟକ୍ଷତି ଘଟିନାହିଁ ।

ସୂଚନା ମୁତାବକ, ବଣିଆପଡ଼ା ଗାଁ ରାସ୍ତାରେ ବେଆଇନ ଚୋରା ବାଲି ଚାଲାଣ ହେଉଛି । ଏହାକୁ ବନ୍ଦ କରିବା ପାଇଁ ଗ୍ରାମବାସୀ ଆନ୍ଦୋଳନକୁ କରିଥିଲେ। ଏ ସମ୍ପର୍କରେ ଗ୍ରାମବାସୀ ଜିଲ୍ଲାପାଳ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଓ ଖଣି ଅଧିକାରୀଙ୍କୁ ଲିଖିତ ଭାବରେ ଜଣାଇବା ପରେ ବାଲି ମାଫିଆଙ୍କ କିଛି ଗୁଣ୍ଡା ରବିବାର ରାତି ପ୍ରାୟ ସାଢ଼େ ୨ଟାରେ ଗାଁ ମଧ୍ୟରେ ପଶି ରାସ୍ତା କଡରେ ରହିଥିବା ଏକ କାର୍‌ ଉପରକୁ ଦୁଇଟି ବୋମା ମାଡ କରି ଫେରାର ହୋଇ ଯାଇଛନ୍ତି। ଏନେଇ ଗ୍ରାମବାସୀ ମୋଟଙ୍ଗା ଥାନାରେ ଅଭିଯୋଗ କରିଛନ୍ତି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ହେଲେ ବାଲି ମାଫିଆ ଓ ସେମାନଙ୍କ ଗୁଣ୍ଡାଙ୍କ ସମ୍ପର୍କରେ ଏପର୍ଯ୍ୟନ୍ତ ଟେର୍ ପାଇନି। ତେବେ ସୋମବାର ପୂର୍ବାହ୍ନ ୧୦ଟାରେ ଏହାକୁ ନେଇ ବୈଠକ ହେବ ବୋଲି ସୂଚନା ମିଳିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.