ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଭାଇର ଲୁହା ଛଡ଼ ମାଡ଼ରେ ଭଉଣୀ ମୃତ, ଭାଉଜକୁ ବଞ୍ଚାଇବାକୁ ଯାଇ ଜୀବନ ଗଲା

Published By : Swapna Ray | June 9, 2025 10:25 AM

ଲହୁଣୀପଡ଼ା, ୯।୬: ସୁନ୍ଦରଗଡ଼ ମହୁଲପଦା ଥାନା ଅନ୍ତର୍ଗତ ଡଲେଇସରା ଗ୍ରାମରେ ଭାଇର ଛଡ଼ ମାଡ଼ରେ ଭଉଣୀ ମୃତ । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ମୃତକ ଭଉଣୀ ଜଣକ ହେଲେ ପୂର୍ଣ୍ଣ ଚନ୍ଦ୍ର ମାହାନ୍ତଙ୍କ ସ୍ତ୍ରୀ ମହର୍ଗୀ ମାହାନ୍ତ ।

ସୂଚନାନୁସାରେ, ବିଜୁ ମାହାନ୍ତଙ୍କର ତାଙ୍କ ସ୍ତ୍ରୀଙ୍କ ସହ କୌଣସି କାରଣରୁ ଝଗଡ଼ା ହୋଇଥିଲା । ଝଗଡ଼ା ଏତେ ତୀବ୍ର ରୂପ ନେଇଥିଲା ଯେ, ବିଜୁ ଉତ୍ୟକ୍ତ ହୋଇ ଏକ ଛଡ଼ରେ ସ୍ତ୍ରୀକୁ ଆକ୍ରମଣ କରିଥିଲା । ଏହି ଆକ୍ରମଣ ସମୟରେ ଭାଉଜକୁ ବଞ୍ଚାଇବାକୁ ଯାଇ ମହର୍ଗୀ ମାହାନ୍ତ ସାମ୍ନାକୁ ପଳାଇ ଆସିଥିଲେ । ଯାହା ଫଳରେ ଲୁହା ରଡ଼ ତାଙ୍କ କାନ ପାଖରେ ବାଜିଥିଲା ଓ ପରେ ସେ ଗୁରୁତର ହୋଇଥିଲେ । ତାଙ୍କୁ ବଣାଇଁ ଡାକ୍ତରଖାନା ଅଣାଯାଇଥିଲେ ମଧ୍ୟ ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରିବା ସହ ଘଟଣାର ତଦନ୍ତ ଚଳାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.