ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଭୁଲ ଇଞ୍ଜେକସନ୍ ଯୋଗୁଁ ୬ ଜଣଙ୍କ ମୃତ୍ୟୁ ଘଟଣା: ଚୂଡାନ୍ତ ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ- ସ୍ୱାସ୍ଥ୍ୟମନ୍ତ୍ରୀ

Published By : Harapriya Sethi | June 5, 2025 2:30 PM

ଜୟପୁର,୦୫/୦୬; କୋରାପୁଟ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭୁଲ ଇଞ୍ଜେକସନ୍‌ରୁ ୬ ଜଣଙ୍କ ମୃତ୍ୟୁ ଘଟଣାର ତଦନ୍ତ ଜାରି ରହିଛି । ଚୂଡାନ୍ତ ରିପୋର୍ଟ ମିଳିବା ପରେ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଗୁରୁବାର ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ ଗସ୍ତରେ ଆସି ସ୍ଥିତି ସମୀକ୍ଷା କରିବା ପରେ ଏହା କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । 

ମନ୍ତ୍ରୀ ଗୁରୁବାର ପୂର୍ବାହ୍ନ ୧୦ଟା ୩୦ ରେ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ପହଞ୍ଚିଥିଲେ । ବିଭିନ୍ନ ୱାର୍ଡ ବୁଲି ରୋଗୀ ଏବଂ ଅଭିଭାବଙ୍କ ସହ କଥା ହୋଇଥିଲେ । ଏଥି ସହ କଲେଜର ସଭା ଗୃହରେ ରାଜ୍ୟ ସ୍ତରୀୟ ୫ ଜଣିଆ ତଦନ୍ତ କମିଟି, ଜିଲ୍ଲାପାଳ ଭି. କ୍ରିତିବସନ, କଲେଜ ଅଧୀକ୍ଷକ ପ୍ରୋଫେସର ସୁଶାନ୍ତ ସାହୁ ଏବଂ ଅନ୍ୟ ଡାକ୍ତରମାନଙ୍କ ସହ ଆଲୋଚନା କରିଥିଲେ । ସ୍ଥିତି ସମୀକ୍ଷା ପରେ  ମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି ଯେ, ଏକକାଳୀନ ୬ ଜଣଙ୍କ ମୃତ୍ୟୁ ଘଟଣା ଉଦ୍‌ବେଗର ବିଷୟ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ସେ ମେଡିକାଲ କଲେଜରେ ପହଞ୍ଚି ଘଟଣାର ସରଜମିନ ତଦନ୍ତ କରିଛନ୍ତି । ବ୍ୟବଚ୍ଛେଦ ରିପୋର୍ଟର ସମୀକ୍ଷା କରାଯିବ । ଏଥି ସହ ବିଶେଷଜ୍ଞ କମିଟିର ତଦନ୍ତ ରିପୋର୍ଟ ମିଳିବା ପରେ କାର୍ଯ୍ୟରେ ଅବହେଳା ହୋଇଥିଲେ, ଦୋଷୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । କଲେଜରେରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ଦିଗରେ ପଦକ୍ଷେପ ନିଆଯିବ । ମେଡିକାଲ କଲେଜ ଅଧୀକ୍ଷକ ପ୍ରୋଫେସର ସୁଶାନ୍ତ ସାହୁ କହିଛନ୍ତି, ସରକାରଙ୍କ ଗାଇଡ ଲାଇନକୁ କଡା କଡି ପାଳନ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ରୋଗୀ ମୃତ୍ୟୁ ପଛରେ କୌଣସି ଅବହେଳା ଥିବା ନେଇ ଏ ପର୍ଯ୍ୟନ୍ତ ପ୍ରମାଣ ମିଳିନାହିଁ । ତଦନ୍ତ କମିଟିର ରିପୋର୍ଟ ପରେ ଚିତ୍ର ସ୍ପଷ୍ଟ ହେବ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.