ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ରତ୍ନଭଣ୍ଡାର ସଂରକ୍ଷଣ କାର୍ଯ୍ୟ ଶୀଘ୍ର ସାରିବାକୁ ASIକୁ ଶ୍ରୀମନ୍ଦିର ପ୍ରଶାସନର ଚିଠି; ସ୍ଥାପତ୍ୟ ସୁରକ୍ଷା ଉପରେ ଗୁରୁତ୍ଵ

Published By : Rasmita Pradhan | June 14, 2025 12:26 PM

ପୁରୀ, ୧୪/୦୬ : ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ତ୍ଵରାନ୍ଵିତ କରିବା ପାଇଁ ASI (ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ) ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢୀ। ଆଗାମୀ ରଥଯାତ୍ରା ସମୟରେ ମିଳିବାକୁ ଥିବା ଅବଧି (ଜୁନ୍ ୨୮ ରୁ ଜୁଲାଇ ୬) ମଧ୍ୟରେ ବାକି ଥିବା ରତ୍ନଭଣ୍ଡାର କାମ ତ୍ୱରାନ୍ବିତ କରି ଶୀଘ୍ର ସାରିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି। ଶ୍ରୀମନ୍ଦିର ରତ୍ନଭଣ୍ଡାରର ଗୁରୁତ୍ୱ ଦୃଷ୍ଟିରୁ ଏହି କାର୍ଯ୍ୟକୁ ଅଗ୍ରାଧିକାର ଭିତ୍ତିରେ ହାତକୁ ନେବାକୁ କହିଛନ୍ତି । ସେହିପରି ରଥଯାତ୍ରା ସମୟରେ କରାଯାଉଥିବା ଗର୍ଭଗୃହ ତଥା ଅନ୍ୟ ଗୁରୁତ୍ଵପୂର୍ଣ୍ଣ ସଂରକ୍ଷଣ କାର୍ଯ୍ୟର ତଦାରଖ ASI ଉପ-ମହାନିର୍ଦ୍ଦେଶକ କିମ୍ବା ନିର୍ଦ୍ଦେଶକ ପଦବୀର ଅଧିକାରୀଙ୍କ ଦ୍ୱାରା କରାଯିବାକୁ ମୁଖ୍ୟ ପ୍ରଶାସକ ଜଣାଇଛନ୍ତି। 

ଅରୁଣ ସ୍ତମ୍ଭ ନିକଟରେ ଖଣ୍ଡୋଲାଇଟ୍ ପଥର ବଦଳ ଏବଂ ଅଦ୍ୟାବଧି ରତ୍ନଭଣ୍ଡାରର ସଂରକ୍ଷଣ ଆଦି କାର୍ଯ୍ୟ ପାଇଁ ASIକୁ ଧନ୍ୟବାଦ ଜ୍ଞାପନ କରିବା ସହ ମୁଖ୍ୟ ପ୍ରଶାସକ ୩ଟି ଦିଗ ଉପରେ ସ୍ଵତନ୍ତ୍ର ଭାବେ ଧ୍ୟାନ ଆକର୍ଷଣ କରିଛନ୍ତି। ସେଗୁଡ଼ିକ ହେଲା- 

୧) ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ଅନୁସାରେ, ଉତ୍ତର ଦ୍ୱାର ଠାରେ ରାମ୍ପ ନିର୍ମାଣ, ଏ.ଏସ୍.ଆଇ. ପରାମର୍ଶ ତଥା ମାର୍ଗଦର୍ଶନରେ ଶେଷ ହୋଇଛି। 

୨) ASIର ନିର୍ଦ୍ଦେଶକ ( ସଂରକ୍ଷଣ)ଙ୍କ ଅନୁଧ୍ୟାନ ପରେ ନାଟମଣ୍ଡପକୁ ବାତାନୁକୁଳିତ କରାଯିବା ନେଇ ପରିବର୍ତ୍ତିତ ଡିଜାଇନ ଦାଖଲ କରାଯିବା ସହ ଏନେଇ ଏ.ଏସ୍.ଆଇ.ର ସହମତି ପ୍ରଦାନ ପାଇଁ ଅନୁରୋଧ। 

୩) ଶ୍ରୀମନ୍ଦିର ଓ ବେଢାରେ ଥିବା ପାର୍ଶ୍ଵ ମନ୍ଦିର ଗୁଡିକର ସୁନ୍ଦର ଭାବେ ଆଲୋକୀକରଣ ସକାଶେ ଏ.ଏସ୍.ଆଇ ପରାମର୍ଶଦାତାଙ୍କ ସହ ଆଲୋଚନା ହୋଇଛି। ବିସ୍ତୃତ ରିପୋର୍ଟ ପାଇବା ପରେ ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଟେଣ୍ଡର କରାଯାଇ କାର୍ଯ୍ୟ ଆରମ୍ଭ କରାଯିବ। 

ଶ୍ରୀମନ୍ଦିରର ଦୀର୍ଘମିଆଦି ସଂରକ୍ଷଣ ତଥା ସ୍ଥାପତ୍ଯ ସୁରକ୍ଷା ପାଇଁ ASIର ସହଯୋଗ କାମନା କରିବା ସହ ଅନୁରୋଧ କରାଯାଇଥିବା ସମସ୍ତ କାର୍ଯ୍ୟର ଗୁରୁତ୍ଵକୁ ଉପଲବ୍ଧି କରି ଧାର୍ଯ୍ୟ ସମୟସୀମା ଭିତରେ ସାରିବାକୁ ପତ୍ରରେ ଉଲ୍ଲେଖ କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.