ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

କୋରାପୁଟ ମେଡିକାଲରେ ଅଭାବନୀୟ ଘଟଣା, ଭୁଲ୍ ଇଞ୍ଜେକ୍ସନ୍‌ ନେଲା ୬ ରୋଗୀଙ୍କ ଜୀବନ!

Published By : Harapriya Sethi | June 4, 2025 8:35 AM

କୋରାପୁଟ, ୦୪/୦୬: କୋରାପୁଟ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ମଙ୍ଗଳବାର ସର୍ଜରୀ ୱାର୍ଡରେ ଅଭାବନୀୟ ଘଟଣା ଘଟିଛି । ଚିକିତ୍ସିତ ଅବସ୍ଥାରେ ୬ ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି । ଭୁଲ୍‌ ଇଞ୍ଜେକ୍ସନ୍‌ ଦିଆଯାଇଥିବାରୁ ରୋଗୀମାନଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । 

ସୂଚନା ମୁତାବକ, କୋରାପୁଟ, ବୋରିଗୁମ୍ମା, କଳାହାଣ୍ଡି, ସେମିଳିଗୁଡା, ମାଛରା ଭଳି ବିଭିନ୍ନ ଅଞ୍ଚଳରୁ ଅନେକ ଗୁରୁତର ରୋଗୀ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲର ଆଇସିୟୁ ଏବଂ ସର୍ଜରୀ ବେଡ଼ରେ ଚିକିତ୍ସିତ ହେଉଥିଲେ। ହଠାତ୍ ରାତି ୧୧ ପରେ ଆଇସିୟୁର ଗୁରୁତର ଚିକିତ୍ସିତ ରୋଗୀଙ୍କ ଭିତରୁ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବେଡ଼ରେ ଥିବା ୨ ଜଣଙ୍କର ମୃତ୍ୟୁ ହୋଇଥିଲା। ତୁରନ୍ତ ରୋଗୀଙ୍କ ସମ୍ପର୍କୀୟଙ୍କ ଉତ୍ତେଜନା ଦେଖି ଟାଉନ୍ ଥାନା ପୁଲିସ ପକ୍ଷରୁ ପୋଲିସ ମୁତୟନ କରାଯାଇଥିଲା।

ଅନ୍ୟପଟେ ରୋଗୀ ସମ୍ପର୍କୀୟଙ୍କ ଅଭିଯୋଗ ଅନୁସାରେ, ଆଇସିୟୁରେ ଅପରେସନ ପରେ ରୋଗୀ ଠିକ୍ ଥିଲେ। ରାତ୍ରୀ କାଳୀନ ଦାୟିତ୍ଵରେ ଥିବା କର୍ମଚାରୀ କିଛି ଇଞ୍ଜେକ୍ସନ୍ ୨ଥର ଦେଇଥିଲେ। ଇଞ୍ଜେକ୍ସନ୍ ଦେବାର ୧୫ ମିନିଟ ଭିତରେ ଆଇସିୟୁରେ ୪ ରୋଗୀଙ୍କ ମୃତ୍ୟୁ ହୋଇଥିଲା। ରୋଗୀ ସମ୍ପର୍କୀୟଙ୍କ ଅଭିଯୋଗ ଅନୁସାରେ, ଭୁଲ ଇଞ୍ଜେକ୍ସନ ଦେଇ ଦେବାରୁ ଏପରି ହୋଇଛି। କିନ୍ତୁ ବେଡ଼ରେ ଥିବା ରୋଗୀଙ୍କ ମୃତ୍ୟୁ ନେଇ କିଛି ସ୍ପଷ୍ଟତା ମିଳି ପାରିନାହିଁ । ତେବେ ଅଳ୍ପ ସମୟ ଭିତରେ ରାତି ରାଉଣ୍ଡର ଶେଷ ଡୋଜ୍‌ରେ ଆଇସିୟୁରେ ଥିବା ୪ ଏବଂ ବେଡ଼ରେ ୨ ରୋଗୀଙ୍କ ମୃତ୍ୟୁ ନେଇ ପରିବାର ପ୍ରଶ୍ନ ଉଠାଉଥିବାରୁ ଶବ ଜବତ କରିଛି ଟାଉନ୍ ପୁଲିସ। ଆଇସିୟୁ ତିନି ଶବ ସହ ଅନ୍ୟ ଶବକୁ ବ୍ୟବଚ୍ଛେଦ କରିବାକୁ ତତ୍ପରତା ପ୍ରକାଶ ପାଇଛି। ତେବେ ଏତେବଡ଼ ଘଟଣା ଘଟିଥିଲେ ମଧ୍ୟ ହସ୍ପିଟାଲ କର୍ତ୍ତୃପକ୍ଷ କୌଣସି ସ୍ପଷ୍ଟୀକରଣ ଦେଇ ନାହାନ୍ତି। ବିଗତ ଦିନରେ କର୍ତ୍ତୃପକ୍ଷଙ୍କ ଏପରି ଅବହେଳାକୁ ନେଇ ଅନେକ ପ୍ରଶ୍ନ ଉଠିଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.