ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

କେନ୍ଦୁଝର ଭାଲୁକୁମା ଛକ ନିକଟରେ ବସ୍‌କୁ ପିଟିଲା ଟ୍ରକ୍; ୩ ଗୁରୁତର, ୪ ଆହତ

Published By : Swapna Ray | June 11, 2025 1:04 PM

ବେଲବାହାଳୀ, ୧୧।୬: ଘଷିପୁରା ଥାନା ଅନ୍ତର୍ଗତ ଭାଲୁକୁମା ଛକ ନିକଟରେ ୨୦ନଂ ଜାତୀୟ ରାଜପଥରେ ଟ୍ରକ୍-ବସ୍ ଧକ୍କା । ଦୁର୍ଘଟଣାରେ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବାବେଳେ ୪ଜଣ ଆହତ ହୋଇଥିବା ଜଣାପଡ଼ିଛି । 

ଏନେଇ ଖବର ପାଇବା ପରେ ଘଷିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ବସ୍‌ ଓ ଟ୍ରକ୍ ଦୁଇଟି ଗାଡ଼ିକୁ ଅଟକ ରଖିଥିବା ବେଳେ ତଦନ୍ତ ଆରମ୍ଭ କରିଛି । ବାସନ୍ତୀଦୁର୍ଗା ବସ୍‌ଟି ଭଦ୍ରକ ନଦିଗାଁରୁ ଘଟଗାଁ ଯିବା ବାଟରେ ଭାଲୁକୁମା ନିକଟରେ ପଛପଟୁ ଏକ ୧୨ଚକିଆ ଟ୍ରକ୍ ଧକ୍କା ଦେଇଥିଲା । ଟ୍ରକ୍ ଧକ୍କାରେ ବସ୍‌ରେ ଥିବା ମୋଟ୍ ୭ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ଚିକିତ୍ସା ଲାଗି ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.