ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ସୁକ୍‌ମା ପୁସଗୁନ୍ନା ଜଙ୍ଗଲରେ ଏନ୍‌କାଉଣ୍ଟର,୨ ହାର୍ଡକୋର ମାଓବାଦୀ ନିହତ

Published By : Prameya | June 12, 2025 12:08 PM

ମାଲକାନଗିରି ୧୨/୦୬: ଛତିଶଗଡ଼ ସୁକ୍‌ମା ଜିଲ୍ଲା ଏନ୍‌କାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ଦୁଇ ହାର୍ଡକୋର ମାଓବାଦୀ । ନିହତ ମାଓବାଦୀ ହେଲେ ଏଲଓଏସ କମାଣ୍ଡର ବମନ ।  ତାଙ୍କ ମୁଣ୍ଡ ଉପରେ ୫ ଲକ୍ଷ ଟଙ୍କାର ପୁରସ୍କାର ଥିଲା। ଏନେଇ ସୁକ୍‌ମା ଏସ୍‌ପି କିରନ ଚୌହାନ ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ସୁକ୍‌ମା ଜିଲ୍ଲା କୁକାନାର  ଥାନା ପୁସଗୁନ୍ନା ଜଙ୍ଗଲରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ  ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏନ୍‌କାଉଣ୍ଟରରେ ଜଣେ  ମହିଳା ନକ୍ସଲ ସମେତ ୨ ଜଣଙ୍କ  ମୃତ୍ୟୁ ଘଟିଛି । ନିହତ ମାଓବାଦୀ ହେଲେ ଏଲଓଏସ କମାଣ୍ଡର ବମନ ।  ତାଙ୍କ ମୁଣ୍ଡ ଉପରେ ୫ ଲକ୍ଷ ଟଙ୍କା ପୁରସ୍କାର  ଘୋଷଣା କରାଯାଇଥିଲା । ମହିଳା ନକ୍ସଲଙ୍କ ମୃତଦେହ ଚିହ୍ନଟ ପ୍ରକ୍ରିୟା  ଜାରି ରହିଥିବା  ପୁଲିସ କହିଛି। ଘଟଣାସ୍ଥଳରୁ ଗୋଟିଏ ଇନସାସ୍ ରାଇଫଲ୍, ଗୋଟିଏ ୧୨ ବୋର୍ ରାଇଫଲ୍ ସହ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର, ଗୁଳିଗୋଳା ଓ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି ବୋଲି ସୁକୁମା ଏସ୍‌ପି କିରନ ଚୌହାନ ସୂଚନା ଦେଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.