ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ…

Published By : Ladu Kishor | June 11, 2025 5:34 PM

ଫିରିଙ୍ଗିଆ ୧୧/୦୬: ଶାଶୂ ଘରୁ ସ୍ବାମୀଙ୍କ ସହ ମିଶି ନିଜ ବାପା ଘରକୁ ଭୋଜି ଦେବାକୁ ଆସି ଥିଲେ। ଭୋଜି ଖାଇ ବୁଧବାର ସକାଳ ନିଜ ସ୍ବାମୀଙ୍କ ସହ ନିଜ ଗାଁକୁ ଯାଇଥାନ୍ତେ, କିନ୍ତୁ ଭୋଜି ଖିଆ ରାତି ହେଲା ଶେଷ ରାତି। ଏଭଳି ଅଭାବନୀୟ ଘଟଣା ଘଟିଛି ଗୋଛାପଡା ଥାନା ଅଂଚଳରେ। ସୂଚନା ଅନୁଯାୟୀ, ଗୋଛପଡ଼ା ଥାନା ସଲାଗୁଡା ପଞ୍ଚାୟତ ମୁଣ୍ଡାସାହି ଗାଁର ବାବୁଲା ପୋଢୋଙ୍କ ଝିଅ ବନିତା ପୋଢ ଗତ ସୋମବାର ଦିନ ବାପଘରକୁ ଆସିଥିଲେ। 

ମଙ୍ଗଳବାର ଭୋଜି ଖାଇ ରାତିରେ ଶୋଇଥିବା ସମୟରେ ରାତି ପ୍ରାୟ ୨ଟା ବେଳେ ବନିତା ହଠାତ୍ ଅସୁସ୍ଥ ହୋଇ ବାନ୍ତି କରିଥିଲେ। ବୁଧବାର ସକାଳ ତାଙ୍କୁ ଗୋଛପାଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସାଧିନ ସମୟରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଗୋଛପଡ଼ା ପୁଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହର ବ୍ୟବଛେଦ କରାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ତଦନ୍ତକାରୀ ପୁଲିସ ଅଧିକାରୀ କହିଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.